ରାଜ୍ୟରେ ଏବେ ପାଗ ଶୁଖିଲା, ୨୩ରୁ ସ୍ବଳ୍ପ ବର୍ଷା

ଭୁବନେଶ୍ବର : ରବିବାର ଦିନତମାମ ରାଜ୍ୟରେ ପାଗ ଖରାଟିଆ ରହିଥିଲା। ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଥିବାରୁ କାଁ ଭାଁ କିଛି ସ୍ଥାନରେ ଆଜି ବର୍ଷା ମଧ୍ୟ ହୋଇଥିଲା। ଆଜି ବି ପାଗ ଖରାଟିଆ ରହିବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ୨୩ ତାରିଖ ଦିନ କିଛି ସ୍ଥାନରେ ଯଥା, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ବ‌ାଲେଶ୍ବର, ଭଦ୍ରକ, ଯା‌ଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିବ। ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୮ ଡିଗ୍ରି ମଧ୍ୟରେ ରହିବ।

ସମ୍ବନ୍ଧିତ ଖବର