ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ: ଅଗଷ୍ଟ ୨୩ ତାରିଖ ସକାଳ ୯ଟା ୩୫ରୁ ୯ଟା ୫୦ମଧ୍ୟରେ ମା’ଙ୍କଠାରେ ଲାଗି ହେବ ନବାନ୍ନ

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ: ଅଗଷ୍ଟ ୨୩ ତାରିଖ ସକାଳ ୯ଟା ୩୫ରୁ ୯ଟା ୫୦ମଧ୍ୟରେ ମା’ଙ୍କଠାରେ ଲାଗି ହେବ ନବାନ୍ନ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ‘ନୂଆଁଖାଇ’ ଲାଗି ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଶ୍ୱରୀଙ୍କ ଠାରେ ନବାନ୍ନ ପାଇଁ ଗୁରୁବାର ପଣ୍ଡିତ ମହାସଭାରେ ଲଗ୍ନ ଧାର୍ଯ୍ୟ ହୋଇଛି। ଚଳିତ ମାସ ୨୩ ତାରିଖରେ ସମ୍ବଲପୁର ସମେତ ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଦେବଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ନୂଆଁଖାଇ ପର୍ବ ଅନୁଷ୍ଠିତ ହେବ।

କୃଷିଭିତ୍ତିକ ପର୍ବ ନୂଆଁଖାଇ ପାଇଁ ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଲାଗି ଅଗଷ୍ଟ ୨୩ ତାରିଖ ଅର୍ଥାତ ଭାଦ୍ରବ ଶୁକ୍ଲପକ୍ଷ ପଞ୍ଚମୀ ରବିବାର ପୂର୍ବାହ୍ନ ୯ଟା ୩୫ରୁ ୯ଟା ୫୦ ମଧ୍ୟରେ ଲଗ୍ନ ଧାର୍ଯ୍ୟ ହୋଇଛି। ଝାଡୁଆପଡ଼ାସ୍ଥିତ ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭାରେ ଲଗ୍ନ ଧାର୍ଯ୍ୟ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe