ଚିକିତ୍ସାଧୀନ କରୋନା ରୋଗୀ ସଂଖ୍ୟାରେ ହ୍ରାସ

ଭୁବନେଶ୍ବର : ରାଜ୍ୟରେ କରୋନା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟାରେ ଦ୍ରୁତ ହ୍ରାସ ଦେଖିବାକୁ ମିଳିଛି। ଲଗାତାର ସଂକ୍ରମିତଙ୍କ ତୁଳନାରେ ସୁସ୍ଥ ରୋଗୀଙ୍କ ସଂଖ୍ୟାରେ ବୃଦ୍ଧି ହେବା ଫଳରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା କମିବାରେ ଲାଗିଛି। ଯାହାକି ରାଜ୍ୟ ପାଇଁ ଏକ ଶୁଭ ସୂଚନା।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭୭ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ନବରଙ୍ଗପୁର, ମାଲକାନଗିରି, ଗଜପତି ଓ ବୌଦ୍ଧରେ କୌଣସି ନୂତନ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ଅପରପକ୍ଷରେ ୧୪ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଏକ ଅଙ୍କରେ ସୀମିତ ରହିଛି। ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୨୦ହଜାର ୩୯୪କୁ ବୃଦ୍ଧି ପାଇଛି। ଅପରପକ୍ଷରେ ରାଜ୍ୟରେ ଟେଷ୍ଟ ପଜିଟିଭ୍ ରେଟ୍ ବା ଟିପିଆର ମଧ୍ୟ ହ୍ରାସ ପାଇବାରେ ଲାଗିଛି। ରାଜ୍ୟରେ ଏବେ ସାମଗ୍ରିକ ଟିପିଆର ୫.୨୯ପ୍ରତିଶତକୁ ଖସି ଆସିଛି। ଏହାସହ ୫ଜଣ କରୋନାରେ ପ୍ରାଣ ହରାଇଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୬୦କୁ ବୃଦ୍ଧି ପାଇଛି। ରାଜ୍ୟରେ ଆଜି ୬୪୨କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସମୁଦାୟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୩ଲକ୍ଷ ୧୪ହଜାର ୬୬୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୩,୯୧୬କୁ ଖସି ଆସିଛି।

ସମ୍ବନ୍ଧିତ ଖବର