ଭୁବନେଶ୍ବର : ରାଜ୍ୟ ସରକାର ଆଜି ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ବରିଷ୍ଠ ଓଏଏସ୍ ଅଧିକାରୀ ଅଭୟ କୁମାର ନାୟକଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଅତିରିକ୍ତ କମିସନର୍ ଭାବେ ନିଯୁକ୍ତି ମିଳିଛି। ସେହିପରି ଗଣେଶ୍ୱର ଜେନାଙ୍କୁ ଇଡ୍କୋ ମହାପ୍ରବନ୍ଧକ ଭାବେ କାର୍ଯ୍ୟ କରିବାକୁ ଅନୁମତି ମିଳିଥିବା ବେଳେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ନିର୍ଦ୍ଦେଶକ ରଘୁରାମ ଆୟରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେ ଓପେପା ଅତିରିକ୍ତ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ମହେଶ କୁମାର ଚୌଧୁରୀଙ୍କୁ ପାରାଦୀପ ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତି ମିଳିଛି।
ଓଏଏସ୍ ସ୍ତରରେ ଅଦଳବଦଳ
/sambad/media/post_attachments/wp-content/uploads/2019/12/Secretarate.png)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)