Advertisment

ସବୁ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଓଡ଼ିଆରେ ନାମ ଫଳକ ଲେଖିବା ବାଧ୍ୟତାମୂଳକ

Advertisment

ଶ୍ରମ ଏବଂ ରାଜ୍ୟ କର୍ମଚାରୀ ବୀମା ବିଭାଗ ତରଫରୁ ହେବ କଡ଼ାକଡ଼ି ନିରୀକ୍ଷଣ

ଶ୍ରମ ଏବଂ ରାଜ୍ୟ କର୍ମଚାରୀ ବୀମା ବିଭାଗ ତରଫରୁ ହେବ କଡ଼ାକଡ଼ି ନିରୀକ୍ଷଣ

ସବୁ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଓଡ଼ିଆରେ ନାମ ଫଳକ ଲେଖିବା ବାଧ୍ୟତାମୂଳକ

ଭୁବନେଶ୍ବର: ଏଣିକି ରାଜ୍ୟର ସବୁ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ ଭାବେ ରହିବ। ଶ୍ରମ ଏବଂ ରାଜ୍ୟ କର୍ମଚାରୀ ବୀମା ବିଭାଗ ତରଫରୁ ଏହାର କଡ଼ାକଡ଼ି ଯାଞ୍ଚ ହେବ। ଆଜି ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଅଧ୍ୟକ୍ଷତାରେ ଆୟୁକ୍ତ ତଥା ସଚିବ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ, ଶ୍ରମ ଆୟୁକ୍ତ ଏବଂ ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏହି ବୈଠକରେ ପରିବର୍ତ୍ତିତ ଅଧିନିୟମର କଡ଼ାକଡ଼ି ଅନୁପାଳନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଶ୍ରମ ଆୟୁକ୍ତ ଓଡ଼ିଶାର ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଗୁଡ଼ିକରେ ଓଡ଼ିଆରେ ନାମଫଳକ ଲଗାଇବା ନିମନ୍ତେ ଜିଲ୍ଲା ଶ୍ରମ ଅଧିକାରୀ ଓ ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କୁ ଏହାର କଡ଼ାକଡ଼ି ନିରୀକ୍ଷଣ କରି ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

ପୂର୍ବରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାର ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା। ଏଥିନିମିତ୍ତ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଦ୍ବାରା ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଅଧିନିୟମ ୧୯୫୬ରେ ଆବଶ୍ୟକୀୟ ସଂଶୋଧନ କରାଯାଇଛି। ଏଯାବତ ରାଜ୍ୟର ପୌରାଞ୍ଚଳରେ ମୋଟ ୫୨,୦୦୦ ପଂଜୀକୃତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ମଧ୍ୟରୁ ପ୍ରାୟ ୪୭ ହଜାର ପ୍ରତିଷ୍ଠାନରେ ଓଡ଼ିଶାର ନାମଫଳକ ଲେଖାଯାଇଛି। କିଛି ଖିଲାପକାରୀ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନମାନଙ୍କ ବିରୋଧରେ ମକଦ୍ଦମା ସହିତ ଜରିମାନା କରାଯାଇଛି।

ଚଳିତ ମାସ ଠାରୁ ଖିଲାପକାରୀଙ୍କୁ ୭ ଦିନିଆ‌ ନୋଟିସ ଦିଆଯିବ। ଏହାପରେ ମଧ୍ୟ ଯଦି ଅଧିନିୟମର ଅନୁପାଳନ ନହୁଏ, ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହିତ ଜରିମାନା କରାଯିବ। ଆବଶ୍ୟକ ପଡ଼ିଲେ ଲାଇସେନ୍ସ ରଦ୍ଦ କରାଯିବ। ପ୍ରଥମଥର ପାଇଁ ଖିଲାପକାରୀଙ୍କୁ ୫୦୦୦ ଟଙ୍କା ଜରିମାନା ଓ ଦ୍ବିତୀୟ ଥର ଖିଲାପକାରୀଙ୍କୁ ୨୫୦୦୦ ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe