ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ସାରଳା ଦାସଙ୍କ ନାମରେ ନାମିତ ହେଉ

Advertisment
ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ସାରଳା ଦାସଙ୍କ ନାମରେ ନାମିତ ହେଉ

କଟକ : ଓଡ଼ିଆ ଭାଷା ଓ ସାହିତ୍ୟର ବିକାଶ, ଗବେଷଣା, ଶିକ୍ଷା କ୍ଷେତ୍ରରେ ଆବଶ୍ୟକତା ଦୃଷ୍ଟିରୁ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତିକୁ ଅଗ୍ରଣୀ ସାରସ୍ୱତ ଅନୁଷ୍ଠାନ କଟକର ‘ସାରଳା ସାହିତ୍ୟ ସଂସଦ’ ପକ୍ଷରୁ ସ୍ୱାଗତ ଓ ଅଭିନନ୍ଦନ କରାଯାଇଛି। ଓଡ଼ିଆ ଭାଷା ସାହିତ୍ୟର ଜନକ ଆଦିକବି ସାରଳା ଦାସଙ୍କ ନାମରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ନାମିତ କରିବାକୁ ସଂସଦ ପକ୍ଷରୁ ଦାବି କରାଯାଉଛି। ଏଦିଗରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ସାରଳା ସାହିତ୍ୟ ସଂସଦ ପକ୍ଷରୁ ସଭାପତି ପ୍ରଫେସର ଇଞ୍ଜିନିୟର ପ୍ରଭାକର ସ୍ୱାଇଁ, ସଂପାଦକ ପ୍ରଫେସର ଡାକ୍ତର ନିରଞ୍ଜନ ତ୍ରିପାଠୀ ନିବେଦନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe