ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ବିଜୟ ସାହୁଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ଚେୟାରମ୍ୟାନ୍ ବିଜୟ ସାହୁଙ୍କର ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ହାଇଦ୍ରାବାଦ ଏକ ଘରୋଇ ହସ୍ପିଟାଲରେ ବିଜୟ ସାହୁଙ୍କର ଚିକିତ୍ସା ଚାଲିଥଲା । ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିଲେ ବିଜୟ । ତେବେ କରୋନାରୁ ସୁସ୍ଥ ହୋଇଥିଲେ ମଧ୍ୟ ପରବର୍ତ୍ତୀ ଜଟିଳତା ନେଇ ଗୁରୁତର ଥିଲେ ବିଜୟ । ପରେ ତାଙ୍କୁ ଉନ୍ନତମାନର ଚିକିତ୍ସା ପାଇଁ ହାଇଦ୍ରାବାଦକୁ ନିଆଯାଇଥିଲା । ତେବେ ସେଠାରେ ତାଙ୍କର ଦେହାନ୍ତ ହୋଇଛି।

ବିଜୟ ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ବିଜୟଙ୍କର ଯଥେଷ୍ଟ ଅବଦାନ ରହିଥିଲା । ଠିକ୍ ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ବି ବିଜୟ ସାହୁଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାଛଡ଼ା ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ସମ୍ବନ୍ଧିତ ଖବର