ଭୁବନେଶ୍ୱର : ଆସନ୍ତା ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ଏସ୍.ସି ଜମିର୍ ଭୁବନେଶ୍ୱରର ଲୋୟର ପିଏମ୍ଜିରେ ପତାକା ଉତ୍ତୋଳନ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକର ବାରବାଟୀ ଷ୍ଟାଡିୟମରେ ପତାକା ଉତ୍ତୋଳନ କରିବେ ବୋଲି ସ୍ଥିର ହୋଇଛି। ଏହାବାଦ୍ ୧୮ଜଣ ମନ୍ତ୍ରୀ ୧୮ଟି ଜିଲ୍ଲାର ସଦର ମହକୁମାରେ, ଦୁଇଟି ସ୍ଥାନରେ ଆରଡିସି ଏବଂ ୧୧ଟି ଜିଲ୍ଲାରେ ସ୍ଥାନୀୟ ଜିଲ୍ଲାପାଳ ପତାକା ଉତ୍ତୋଳନ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି।
ମିଳିଥିବା ସୂଚନା ଅନୁଯାୟୀ, ଯାଜପୁରରେ ଗ୍ରାମ୍ୟ ଉନ୍ନୟନ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବାଲେଶ୍ୱରରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ମହାରଥୀ, ଅନୁଗୁଳରେ ଦକ୍ଷତା ବିକାଶ ମନ୍ତ୍ରୀ ଉଷା ଦେବୀ, ମୟୂରଭଞ୍ଜର ବାରିପଦାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର, ପୁରୀରେ ସମବାୟ ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର , ବରଗଡ଼ରେ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ, କେନ୍ଦୁଝରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ନୟାଗଡ଼ରେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି, ସମ୍ବଲପୁରରେ ଅର୍ଥ ମନ୍ତ୍ରୀ ଶଶୀଭୂଷଣ ବେହେରା, ରାୟଗଡ଼ାରେ ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା, ଢେଙ୍କାନାଳରେ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ରମେଶ ଚନ୍ଦ୍ର ମାଝୀ, ସୁନ୍ଦରଗଡ଼ରେ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଗଞ୍ଜାମର ଛତ୍ରପୁରରେ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସୋନପୁରରେ ହସ୍ତତନ୍ତ ଏବଂ ବୟନ ଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, କନ୍ଧମାଳରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ନୃସିଂହ ଚରଣ ସାହୁ, କଳାହାଣ୍ଡିରେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ, ଭଦ୍ରକରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ, ମାଲକାନଗିରିରେ କ୍ରୀଡ଼ା ମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରା ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ୍ ଅଭିବାଦନ ଗ୍ରହଣ କରିବେ। ସେହିପରି ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆର୍ଡିସି, ରାଉରକେଲାରେ ଉତ୍ତରାଞ୍ଚଳ ଆର୍ଡିସି, ବୌଦ୍ଧ, ବଲାଙ୍ଗୀର, ଦେବଗଡ଼, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କୋରାପୁଟ, ନୂଆପଡ଼ା, ନବରଙ୍ଗପୁରରେ ସ୍ଥାନୀୟ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/01/Independence-Day-Odisha.jpg)