ଭୁବନେଶ୍ବର : କରୋନା ମହାମାରୀର ମୁକାବିଲା ପାଇଁ ମୁମ୍ବାଇରେ ରୋଗୀଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନଙ୍କ ସଙ୍ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଏପ୍ରିଲ୍ରୁ ବ୍ୟବହାର କରି ଆସୁଥିଲେ। ଏହି ଭଡ଼ା ବାବଦ ଦେୟ ୨ କୋଟି ୧୬ ହଜାର ଟଙ୍କା ହୋଇଛି। ମହାମାରୀର ଏହି ବିପଦ ସମୟରେ ମାନବିକତା ତଥା ମୁମ୍ବାଇ ଜନସାଧାରଣଙ୍କ ପ୍ରତି ସଦିଚ୍ଛାପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡ଼ା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗୁରୁତର କୋଭିଡ୍ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ରକୁ ଜରୁରୀ ଭିତ୍ତିରେ ଗତ ୧୫ ଦିନ ହେଲା ଅକ୍ସିଜେନ୍ ମଧ୍ୟ ଯୋଗାଉଛି।
ନଭି ମୁମ୍ବାଇ ମହାନଗର ନିଗମକୁ ଓଡ଼ିଶା ଭବନ ଭଡ଼ା ଛାଡ଼, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
/sambad/media/post_attachments/wp-content/uploads/2020/08/naveen-patnaik-bk.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)