ବାତ୍ୟା ମୁକାବିଲା: ପ୍ରଭାବିତ ହେବାକୁ ଥିବା ୫ଟି ଜିଲ୍ଲା ପାଇଁ ୫ ଜଣ ଆଇଏଏସଙ୍କୁ ଦାୟିତ୍ୱ

ଭୁବନେଶ୍ବର: ବାତ୍ୟା ମୁକାବିଲା ପ୍ରସ୍ତୁତି ଦେଖିବେ ବରିଷ୍ଠ ଅଧିକାରୀ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ୟାସ, ବାତ୍ୟାର ରୂପ ନେଇ ସାରିଥିବାବେଳେ ଏହା ୨୬ ତାରିଖ ବେଳକୁ ଓଡ଼ିଶା ଉପକୂଳରେ ପହଂଚିବ । ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ୫ଟି ଜିଲ୍ଲା ପାଇଁ ୫ ଜଣ ଆଇଏଏସଙ୍କୁ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର ।

କେନ୍ଦ୍ରାପଡ଼ା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର ପାଇଁ ଶାଶ୍ୱତ ମିଶ୍ର, ଭଦ୍ରକ ପାଇଁ ଭିଭି ଯାଦବ, ବାଲେଶ୍ୱର ପାଇଁ ବିଶାଲ ଦେବ ଏବଂ ମୟୂରଭଞ୍ଜ ପାଇଁ ସୁରେଶ ବଶିଷ୍ଠଙ୍କୁ ଦାୟିତ୍ୱ ଦିଆଯାଇଛି । କିଭଳି ବାତ୍ୟାର ସଠିକ ମୁକାବିଲା କରାଯାଇପାରିବ, ସେନେଇ ଏମାନେ ଜିଲ୍ଲା ପ୍ରଶାସନକୁ ସହାୟତା କରିବେ  । ସେହିପରି ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାମାରୀ ଭିତରେ ବାତ୍ୟା ମୁକାବିଲା ପାଇଁ ରାଜ୍ୟବାସୀଙ୍କ ସହାୟତା ଲୋଡିପାରନ୍ତି ମୁଖ୍ୟମନ୍ତ୍ରୀ ।

ସମ୍ବନ୍ଧିତ ଖବର