ଚିନ୍ତା କରନି, ଧୈର୍ଯ୍ୟ ଧର, ଅସୀମ ସାହସର ସହ ପୁଣି ଥରେ ସାମ୍ନାକୁ ଆସ… ଓଡ଼ିଶା ସରକାର ତୁମ ସହ ଅଛନ୍ତି- ମୁଖ୍ୟମନ୍ତ୍ରୀ

ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୀଡିତାଙ୍କ ସହ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୀଡ଼ିତାଙ୍କୁ କେମିତି ଅଛ ବୋଲି ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ।

New Project (9)

ଭୁବନେଶ୍ୱର: ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୀଡିତାଙ୍କ ସହ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୀଡ଼ିତାଙ୍କୁ କେମିତି ଅଛ ବୋଲି ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ। ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା କଥା ବି ବୁଝିଛନ୍ତି। ଧୈର୍ଯ୍ୟ ଧର, ଅସୀମ ସାହସର ସହ ପୁଣି ଥରେ ସାମ୍ନାକୁ ଆସ ବୋଲି ମୁଖ୍ୟମନ୍ତ୍ରୀ ପୀଡ଼ିତାଙ୍କୁ ଆଶ୍ବାସନା ଦେବା ସହ ତୁମ ସହ ପୂରା ଓଡ଼ିଶା ସରକାର ଅଛନ୍ତି। ଦୋଷୀ ନିଶ୍ଚୟ ଦଣ୍ଡ ପାଇବେ ବୋଲି ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। 

vlcsnap-2025-10-13-22h56m09s203

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ପଶ୍ଚିମବଙ୍ଗର ଦୁର୍ଗାପୁର ଠାରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଓଡ଼ିଆ ଝିଅ, ତାଙ୍କ ମା ଏବଂ ସେଠାରେ ଉପସ୍ଥିତ ଓଡ଼ିଶା ମହିଳା କମିସନ୍ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା କରିବା ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ଝିଅଙ୍କୁ କହିଛନ୍ତି 'ଚିନ୍ତା କରନାହିଁ, ଓଡ଼ିଶା ସରକାର ସମ୍ପୂର୍ଣ୍ଣ ଭାବେ ତୁମ ସହିତ ଅଛନ୍ତି।' ଝିଅ ଯେପରି ଶୀଘ୍ର ସୁସ୍ଥ ହେବ ଏବଂ ସାମାନ୍ୟ ଜୀବନ ଯାପନ କରି ଶିକ୍ଷା କ୍ଷେତ୍ରରେ ଆଗକୁ ବଢିବ, ସେଥିପାଇଁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି ଏବଂ ଏଥିପାଇଁ ନିୟମ ଅନୁଯାୟୀ  ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । 

ତେବେ ପୀଡ଼ିତାଙ୍କ ମାଆଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇ ଏ କ୍ଷେତ୍ରରେ ଅପରାଧୀ ମାନେ ଯେପରି ଶୀଘ୍ର ଏବଂ ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇବେ, ସେଥିପାଇଁ ଓଡ଼ିଶା ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି ବୋଲି କହିଛନ୍ତି । ସେଠାରେ ଉପସ୍ଥିତ ରାଜ୍ୟ ମହିଳା କମିଶନ୍ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗ ରକ୍ଷା କରିବା କରି ଝିଅକୁ ତୁରନ୍ତ  ନ୍ୟାୟ ପ୍ରଦାନ ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେବା ସହିତ, ଚାପ ସୃଷ୍ଟି କରିବା ପାଇଁ ସବୁ ଫୋରମ୍ ର ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେପଟେ ସଂପୃକ୍ତ ପୀଡ଼ିତା ବର୍ତ୍ତମାନ ଚିକିତ୍ସାଧିନ ଅଛନ୍ତି । ପୂର୍ବରୁ ମୁଖ୍ୟମନ୍ତ୍ରୀ ତାଙ୍କ ବାପାଙ୍କ ସହିତ ମଧ୍ୟ କଥା ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe