ଭୁବନେଶ୍ବର: ଓଡ଼ିଶାର ରେଳପଥକୁ ବିକଶିତ କରିବା ନିମନ୍ତେ ୬ ପ୍ରମୁଖ ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଥିବାରୁ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରେଳମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Advertisment

ହସେ ନିଜର ‘ଏକ୍ସ’ରେ ଲେଖିଛନ୍ତି, ଓଡ଼ିଶାର ରେଳପଥକୁ ବିକଶିତ କରିବା ନିମନ୍ତେ ୬ ପ୍ରମୁଖ ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଥିବାରୁ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରେଳମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ଧନ୍ୟବାଦ ଜଣାଉଛି। ଓଡ଼ିଶାରେ ରେଳ ଭିତ୍ତିଭୂମି ସୁଦୃଢ଼ ହେବା ସହିତ ଏହି ପ୍ରକଳ୍ପ ଓଡ଼ିଶାର ଆକାଂକ୍ଷୀ ଜିଲ୍ଲା ଏବଂ ଆଦିବାସୀ ବହୁଳ ଅଞ୍ଚଳରେ ବିକାଶର ମାଧ୍ୟମ ପାଲଟିବ। ଡବଲ ଇଞ୍ଜିନ ସରକାରରେ ସାଢେ ଚାରିକୋଟି ଓଡ଼ିଆଙ୍କ ସ୍ଵାର୍ଥ ପୂରଣ ସହ ଓଡ଼ିଶାକୁ ପୂର୍ବୋଦୋୟ ବିକାଶର କେନ୍ଦ୍ର ଭାବେ ଗଢିତୋଳିବାର ସ୍ଵପ୍ନ ସାକାର ହେବ।

ଦକ୍ଷିଣ ଓଡ଼ିଶା ସହ ପଶ୍ଚିମ ଓଡ଼ିଶାର ସଂଯୋଗ ଓ ଉତ୍ତର ଓଡ଼ିଶାରେ କେନ୍ଦୁଝର ମୟୂରଭଞ୍ଜ ସହ ଝାଡଖଣ୍ଡକୁ ସଂଯୋଗ କରିବାକୁ ନିଆଯାଇଛି ବଡ଼ ପଦକ୍ଷେପ। ଏହା ଓଡ଼ିଶାରେ ରେଳ ଭିତ୍ତିଭୂମିକୁ ସୁଦୃଢ କରିବ। ବିଶେଷ କରି କଳାହାଣ୍ଡି, ନବରଙ୍ଗପୁର, ମାଲକାନିଗରି, ରାୟଗଡା, କୋରାପୁଟ, କେନ୍ଦୁଝର ଏବଂ ମୟୂରଭଞ୍ଜର ଆର୍ଥିକ କ୍ଷେତ୍ରରେ ବିକାଶରେ ଏହା ଅତ୍ୟନ୍ତ ସହାୟକ ହେବ । ଲୋକେମାନେ ଏଥିରେ ଉପକୃତ ହେବେ।
ଓଡ଼ିଶାରେ ୬ଟି ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୧୫ ହଜାର ୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଫଳରେ ଓଡ଼ିଶାକୁ କେନ୍ଦ୍ର ପ୍ରାଧାନ୍ୟ ଦେଇଛନ୍ତି, ଏଥିରେ ପୂର୍ବୋଦୟରେ ଓଡ଼ିଶା ସ୍ୱତନ୍ତ୍ର ସ୍ଥାନ ପାଇଛି ବୋଲି ପ୍ରମାଣିତ ହୋଇଛି। ପ୍ରଧାମନ୍ତ୍ରୀ ଯେଉଁ ପୂର୍ବୋଦୟ କଥା କହିଥିଲେ ତାହା ଆଜି ଫଳପ୍ରଦ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।