ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ। ଦିନ ସାଢେ ୧୨ଟାରେ ଏରିଏଲ ଭ୍ୟୁ କରିବେ ମୁଖ୍ୟମନ୍ତ୍ରୀ। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଅନୁଧ୍ୟାନ କରିବେ । ଏନେଇ ଚିଠିଲେଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଆଦିତ୍ୟ ମହାପାତ୍ର । ଏପରିକି ବାତ୍ୟା କ୍ଷୟକ୍ଷତି ଆକଳନ ପରେ ସଂଧ୍ୟାରେ କିଛି ପ୍ୟାକେଜ ଘୋଷଣା ହୋଇପାରେ ।
ଏହା ପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ। ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ୍ ଦିଆଯିବ ବୋଲି ଘୋଷଣା କରିଥିଲେ। ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ମରାମତି କରାଯିବ ଏବଂ ପ୍ରଭାବିତ ଜିଲ୍ଲାରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ୱାଭାବିକ କରାଯିବ। ଖୁବ କମ ସମୟ ମଧ୍ୟରେ ତଳିଆ ଅଂଚଳରୁ ୫ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବାରୁ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ ଓ ପୁଲିସକୁ ସେମାନଙ୍କ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ । ସେହିପରି ବାତ୍ୟା ସମୟରେ ସ୍ୱାସ୍ଥ୍ୟ ସେବା ଯୋଗାଇଥିବାରୁ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ସେ ଧନ୍ୟବାଦ ଜଣାଇଥିଲେ।
ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ
/sambad/media/post_attachments/wp-content/uploads/2021/05/CM-to-Look-Out-Cyclone-Area-From-Helicopter_Thumbnail.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)