ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୋକ

Advertisment
ଆଦିବାସୀଙ୍କ ଜମି ଅଣଆଦିବାସୀ କିଣିବା ପାଇଁ କ୍ୟାବିନେଟ ନେଇଥିବା ନିଷ୍ପତ୍ତିକୁ ସଂପୂର୍ଣ୍ଣ ପ୍ରତ୍ୟାହାର କରାଯାଉ: ମୋହନ ମାଝୀ

ଭୁବନେଶ୍ୱର: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତିମାନଙ୍କ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସେପଟେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଥିବା ବେଳେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଏଥିସହ ଗୁରୁତରଙ୍କୁ ଅଢ଼େଇ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି।

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ଲେଖିଛନ୍ତି, “ଏନଏଫଆର ଜୋନରେ ଏକ ଦୁର୍ଭାଗ୍ୟଜନକ ଦୁର୍ଘଟଣା ଘଟିଛି । ଯୁଦ୍ଧକାଳୀନ ସ୍ତରରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରେଳବାଇ, ଏନଡିଆରଏଫ ଓ ଏସଡିଆରଏଫ ମିଳିତ ଭାବେ କାମ କରୁଛନ୍ତି । ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe