ଗତ ୨୪ଘଣ୍ଟାରେ ରାଜ୍ୟରେ ୪୯,୩୯୩ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ କରାଯାଉଥିବା ପରିଲକ୍ଷିତ ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୪୯,୩୯୩ କରୋନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୮,୭୨୮ଟି ଆରଟିପିସିଆର ଏବଂ ୪୦,୫୧୪ ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୧୫୧ଟି କରୋନା ନମୁନା ପରୀକ୍ଷା କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୪ହଜାର ୭୭୧ କରୋନା ନମୁନା ପରୀକ୍ଷା କରାଯାଇଛି। । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବ ଦିନ ମୋଟ୍ ୪୮ ହଜାର ୫୦୪ କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଥିଲା। ଏଥିମଧ୍ୟରୁ ଆଣ୍ଟିଜେନ୍‌ରେ ୪୧,୧୬୪, ଆରଟିପିସିଆରରେ ୭,୨୦୨ ଓ ଟ୍ରୁନଟ୍‌ରେ ୧୩୮ଟି କରୋନା ନମୁନା ପରୀକ୍ଷା କରାଯାଇଥିଲା। ଚିନ୍ତାର ବିଷୟ ହେଲା, ଗୋଟିଏ ଦିନରେ ରାଜ୍ୟର ୧୪ଟି ଜିଲ୍ଲାରୁ ଶହେରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେଣୁ କେବଳ ଖୋର୍ଧା କି କଟକ ନୁହେଁ; ରାଜ୍ୟର ଏକାଧିକ ଜିଲ୍ଲାରେ ଏବେ ସଂକ୍ରମଣ ଦ୍ରୁତ ଗତିରେ ବଢ଼ୁଥିବା ନଜରକୁ ଆସିଛି।

ସମ୍ବନ୍ଧିତ ଖବର