ଭୁବନେଶ୍ବର : ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ ଇକୋସିଷ୍ଟମକୁ ଅଧିକ କ୍ରିୟାଶୀଳ କରିବା ପାଇଁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସହଯୋଗରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପକ୍ଷରୁ ଜୁଲାଇ ୨୧ରେ ଓଡ଼ିଶା ଫୁଡ୍ ପ୍ରୋ-୨୦୨୨ ଆୟୋଜନ କରାଯିବ ବୋଲି ବିଭାଗୀୟ ମନ୍ତ୍ରୀ ପ୍ରତାପ ଦେବ ସୂଚନା ଦେଇଛନ୍ତି।
ଆଜି ଖାରବେଳ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ଶ୍ରୀ ଦେବ କହିଛନ୍ତି ଯେ ଏହି ମେଳାରେ ପୁଞ୍ଜି ନିବେଶକ, ଉତ୍ପାଦକ, ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗୀ, ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ, ଷ୍ଟାର୍ଟ ଅପ୍ ତଥା ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ସଂଗଠନ ସାମିଲ୍ ହେବେ।
ଏହି ସାମ୍ବାଦିକ ସମ୍ମିଳନୀରେ ବିଭାଗର ସଚିବ ରଞ୍ଜନା ଚୋପ୍ରା, କୃଷି ଉତ୍ପାଦନ କମିସନର ସଂଜୀବ ଚୋପ୍ରା, ଷ୍ଟାର୍ଟଅପ୍ ଓଡ଼ିଶାର କାର୍ଯ୍ୟନିର୍ବାହୀ ସଭାପତି ଓଂକାର ରାୟ, ଶିଳ୍ପ ବିଭାଗ ପ୍ରମୁଖସଚିବ ହେମନ୍ତ ଶର୍ମା, ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସାଦିକ ଆଲମ, ଇପିକଲ୍ ଏମ୍ଡି ଭୂପେନ୍ଦ୍ର ସିଂହ ପୁନିଆ, ଏପିକଲ୍ ଏମ୍ଡି ପ୍ରଭାତ କୁମାର ରାଉଳ ପ୍ରମୁଖ ଉପସ୍ଥିତ ଥିଲେ।
Follow Us