୪ଟି ପଞ୍ଚାୟତ ପାଇଁ ଦେଢ଼ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁର

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ

ଭୁବନେଶ୍ୱର : ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚାରିଟି ଜିଲ୍ଲାର ଚାରିଟି ପଞ୍ଚାୟତ ପାଇଁ ୧ କୋଟି ୫୮ ଲକ୍ଷ ଟଙ୍କାର ୨୮ଟି ପ୍ରକଳ୍ପ ମଞ୍ଜୁର କରିଛନ୍ତି। ଏହି ପଞ୍ଚାୟତଗୁଡ଼ିକ ହେଲେ ନବରଙ୍ଗପୁରର ବୁର୍ଜା ଗ୍ରାମପଞ୍ଚାୟତ, ବାଲେଶ୍ୱରର ଜାମକୁଣ୍ଡା, ସୋନପୁରର ଦିଗସିରା ଓ ପୁରୀର କନ୍ଦାଗୋଡ଼ା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗ୍ରାମ ବିକାଶ କାର୍ଯ୍ୟକ୍ରମର ସଫଳତା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିବା ସହ ମଞ୍ଜୁର ହୋଇଥିବା ପ୍ରକଳ୍ପଗୁଡ଼ିକର କାର୍ଯ୍ୟକୁ ଶୀଘ୍ର ଓ ଭଲ ଭାବେ କରିବା ପାଇଁ ପରାମର୍ଶ ଦେଇଥିଲେ।

ଭିଡିଓ କନ୍‌ଫରେନ୍ସିଂ ଦ୍ୱାରା ପ୍ରଥମେ ମୁଖ୍ୟମନ୍ତ୍ରୀ ଉପରୋକ୍ତ ଗ୍ରାମପଞ୍ଚାୟତଗୁଡ଼ିକର ସରପଞ୍ଚମାନଙ୍କୁ ସେମାନଙ୍କ ଗାଁର ବିକାଶ ଯୋଜନା ସମ୍ପର୍କରେ ଉପସ୍ଥାପନ କରିବା ପାଇଁ କହିଥିଲେ। ସେମାନଙ୍କ ଠାରୁ ପଞ୍ଚାୟତ ଭିତ୍ତିଭୂମି ବିକାଶ ପାଇଁ ଆସିଥିବା ପ୍ରସ୍ତାବଗୁଡ଼ିକର ବିଚାର କରି ତୁରନ୍ତ ମଞ୍ଜୁରୀ ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ ଯେ ଗତ ୫ ତାରିଖରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରତି ସପ୍ତାହର ବୁଧବାର ଓ ଶୁକ୍ରବାର ଦିନ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ବିଭିନ୍ନ ପଞ୍ଚାୟତର ଜନସାଧାରଣଙ୍କ ସହ ଗାଁର ବିକାଶ ସମ୍ପର୍କରେ ଆଲୋଚନା କରୁଛନ୍ତି।

ସମ୍ବନ୍ଧିତ ଖବର