ଜୁନ ୨୨ ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ:  ଜୁନ ୨୨ ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ । ଜୟନ୍ତ କୁମାର ବଳଙ୍କ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଆୟାଜନ ନେଇ କଟକର ଜନୈକ ବାସିନ୍ଦା ଜୟନ୍ତ କୁମାର ବଳଙ୍କ  ପକ୍ଷରୁ ଦାୟର  ଜନସ୍ୱାର୍ଥ ମାମଲାର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଣ ଦେଇଛନ୍ତି । ଅନ୍ୟ ପକ୍ଷରେ ଶ୍ରୀଜିଉଙ୍କ ରଥ ନିର୍ମାଣ କାମ ତ୍ବରାନ୍ବିତ ହୋଇଥିବା ଆଡଭୋକେଟ୍ ଜେନେରାଲ ହାଇକୋର୍ଟଙ୍କୁ ଜଣାଇଛନ୍ତି । ଆସନ୍ତା ମାସ ୨୨ ସୁଦ୍ଧା ନିର୍ମାଣ କାମ ସରିବ ବୋଲି କୋର୍ଟଙ୍କୁ ଜଣାଇଲେ ଏଜି । ଚଳିତ ବର୍ଷ ଜୁନ ୨୩ରେ ରଥଯାତ୍ରା ପଡୁଛି । ରଥଯାତ୍ରା ଆୟୋଜନ ମାନ୍ୟବର ହାଇକୋର୍ଟଙ୍କ ତଦାରଖରେ କରାଯାଉ ବୋଲି ଆବେଦନ କରି ଏହି ଜନସ୍ୱାର୍ଥ ମାମଲା ଦାୟର କରାଯାଇଥିଲା।

ସେପଟେ, କରୋନା କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାମ ଆଗେଇ ଚାଲିଛି । ପ୍ରଶାସନିକ ବିଧି ବ୍ୟବସ୍ଥା ଅନୁସାରେ ରଥ ନିର୍ମାଣରେ ନିୟୋଜିତ ଥିବା ସେବାୟତ ସଂଗରୋଧରେ ରହିଛନ୍ତି । ତିନୋଟି ଭକ୍ତ ନିବାସରେ ୨୦୫ ଜଣ ସେବାୟତଙ୍କୁ ରଖାଯିବା ସହ ସେମାନଙ୍କର ରହିବା ଖାଇବାର ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି । ସେହିଭଳି ପ୍ରତିଦିନ ସେବାୟତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ମଧ୍ୟ କରାଯାଉଛି । ହେଲେ ସେହି ସ୍ୱାସ୍ଥ୍ୟ ପରୀକ୍ଷା କୋଭିଡ-୧୯ ପରୀକ୍ଷା ନୁହେଁ ବୋଲି ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ।

ତେବେ ରଥଯାତ୍ରା ହେବ ନା ନାହିଁ ତାହା ଆଜି ଯାଏଁ ସ୍ପଷ୍ଟ ହୋଇନାହିଁ । କିନ୍ତୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ସବୁଜ ସଂକେତ ପରେ ସେବାୟତମାନେ ରଥ ନିର୍ମାଣ କାମ ଜାରି ରଖିଛନ୍ତି । ରଥ ଖଳାକୁ ଧଳା କପଡାରେ ଢାଙ୍କି, ବ୍ୟାରିକେଡ୍ କରି ରଥକାମ ଆଗେଇ ଚାଲିଛି । ରଥଖଳା ଠାରୁ ୨ଶହ ମିିଟର ଯାଏଁ ନିଷେଧାଂଚଳ ଘୋଷଣା କରାଯାଇଛି । ମହାରଣା ସେବାୟତ, ଭୋଇ ସେବାୟତ ଓ କମାର ସେବାୟତ ସେମାନଙ୍କ କାର୍ଯ୍ୟ ଜାରି ରଖିଛନ୍ତି ।

ସମ୍ବନ୍ଧିତ ଖବର