ମାନବାଧିକାର କମିସନ ଅଧୢକ୍ଷ ପଦ ପୂରଣ ପ୍ରସଂଗ : ଗ୍ରହଣ କରାଯାଇଥିବା ପଦକ୍ଷେପ ସଂପର୍କରେ ସରକାର କରିବେ ଅବଗତ

କଟକ : ରାଜ୍ୟ ମାନବାଧିକାର କମିସନରେ ସ୍ଥାୟୀ ଅଧୢକ୍ଷ ପଦ ପୂରଣ ପ୍ରସଂଗକୁ ନେଇ ଦାୟର ଜନସ୍ବାର୍ଥ ମାମଲାରେ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଦର୍ଶାଯାଇଛି ଯେ ଏଥି ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଇତିମଧ୍ୟରେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ରଘୁବୀର ଦାଶଙ୍କୁ ରାଜ୍ୟ ମାନବାଧିକାର କମିସନଙ୍କ ସଦସ୍ୟ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍.‌ଜାଭେରୀ ଓ ଜଷ୍ଟିସ କେ.ଆର.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ପରବର୍ତ୍ତୀ ଶୁଣାଣି ପୂର୍ବରୁ ଅଧ୍ୟକ୍ଷ ନିଯୁକ୍ତି ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସଂପର୍କରେ ଅବଗତ କରିବା ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାନବାଧିକାର କର୍ମୀ ପ୍ରବୀର କୁମାର ଦାସ ଓ ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ଦାୟର ଏ ସଂପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ୨୦୧୯, ଫେବ୍ରୁଆରି ୧୮ରେ କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି।

ସମ୍ବନ୍ଧିତ ଖବର