ଭାରତର ମହାକାଶ ଗବେଷଣାରେ ପ୍ରମୁଖ ଭୂମିକାରେ ଓଡ଼ିଶା : ଧର୍ମେନ୍ଦ୍ର

Advertisment

ମହାକାଶ କ୍ଷେତ୍ରରେ ମୋଦୀ ସରକାରଙ୍କ ସଂସ୍କାର ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀଙ୍କ ଟ୍ୱିଟ୍‌

ମହାକାଶ କ୍ଷେତ୍ରରେ ମୋଦୀ ସରକାରଙ୍କ ସଂସ୍କାର ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀଙ୍କ ଟ୍ୱିଟ୍‌

ଭାରତର ମହାକାଶ ଗବେଷଣାରେ ପ୍ରମୁଖ ଭୂମିକାରେ ଓଡ଼ିଶା : ଧର୍ମେନ୍ଦ୍ର

TechGenez

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ମହାକାଶ ଗବେଷଣା କ୍ଷେତ୍ର ସମେତ ବିଭିନ୍ନ କ୍ଷେତ୍ରରେ ଆଣିଥିବା ସଂସ୍କାର ଓଡ଼ିଶା ଭଳି ରାଜ୍ୟ ପାଇଁ ସହାୟକ ହୋଇଛି। ଓଡ଼ିଶା ଭାରତର ମହାକାଶ ଗବେଷଣାରେ ମୁଖ୍ୟ ଭୂମିକା ଗ୍ରହଣ କରିଆସୁଛି। ଚାନ୍ଦିପୁର, ବାଲେଶ୍ୱର ଏବଂ ଭଦ୍ରକର ଭାରତରତ୍ନ ଅବଦୁଲ କଲାମ ଦ୍ୱୀପପୁଞ୍ଜ ଭଳି କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ର ଭାରତର ଅନେକ ଗୌରବମୟ ସଫଳତାର ସାକ୍ଷୀ ହୋଇଛି ବୋଲି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ମହାକାଶ କ୍ଷେତ୍ରରେ ମୋଦୀ ସରକାରଙ୍କ ସଂସ୍କାର ପ୍ରସଙ୍ଗରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଭାରତ ସରକାର ମହାକାଶ ଗବେଷଣା କ୍ଷେତ୍ର ସମେତ ବିଭିନ୍ନ କ୍ଷେତ୍ରରେ ସଂସ୍କାର ଆଣିବା ମାର୍ଗରେ ଆଗକୁ ବଢ଼ୁଛନ୍ତି। ଦେଶର ବିକାଶରେ ମହାକାଶ ପ୍ରଯୁକ୍ତିବିଦ୍ୟା ବଡ଼ ଭୂମିକା ଗ୍ରହଣ କରିବ। ନୂଆ ମହାକାଶ ବୋର୍ଡ ଇଣ୍ଡିଆନ ନ୍ୟାସନାଲ ସ୍ପେସ୍‌ ପ୍ରମୋସନ୍ ଆଣ୍ଡ୍‌ ଅଥୋରାଇଜେସନ(ଆଇଏନ୍‌-ସ୍ପେସ୍‌)ର ପ୍ରତିଷ୍ଠା ମହାକାଶ ବିଶେଷ ଭାବରେ ମହାକାଶ ପ୍ରଯୁକ୍ତିବିଦ୍ୟାର ନୂତନ ଏବଂ ଉଦୀୟମାନ କ୍ଷେତ୍ରରେ ନବସୃଜନ, ଅଭିବୃଦ୍ଧି ଏବଂ ଭାରତକୁ ଆତ୍ମନିର୍ଭର କରିବାରେ ସାହାଯ୍ୟ କରିବ। ରାଷ୍ଟ୍ରାୟତ୍ତ ଉଦ୍ୟୋଗ ‘ନ୍ୟୁ ସ୍ପେସ ଇଣ୍ଡିଆ ଲିମିଟେଡ୍ (ଏନଏସଆଇଏଲ) ମହାକାଶ ସମ୍ବନ୍ଧୀୟ କାର୍ଯ୍ୟକ୍ରମକୁ ନୂଆ ଦିଗଦର୍ଶନ ଦେବ ଏବଂ ଆମ ମହାକାଶ ଆସେଟ୍‌ର ସର୍ବୋତ୍ତମ ବ୍ୟବହାରକୁ ସ୍ଥାୟୀ କରିପାରିବ। ଷ୍ଟାର୍ଟଅପ୍‌କୁ ସହଯୋଗ କରାଯିବା ବେସରକାରୀ ଉଦ୍ୟୋଗୀଙ୍କ ପାଇଁ ନୂଆ ସ୍ତର ତିଆରି କରିବ ଏବଂ ଏହା ମହାକାଶ ଆସେଟ୍‌ରେ ସାମାଜିକ-ଅର୍ଥନୈତିକ ବ୍ୟବହାରକୁ ପ୍ରୋତ୍ସାହନ ଦେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୀର୍ଘକାଳୀନ ଦୂରଦୃଷ୍ଟି ଭାରତକୁ ମହାକାଶ କାର୍ଯ୍ୟକ୍ରମରେ ନୂଆ ପର୍ଯ୍ୟାୟରେ ପହଞ୍ଚାଇବ ଓ ଏହି କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ ଭାରତୀୟ କମ୍ପାନିଗୁଡ଼ିକୁ ବିଶ୍ୱ ମହାକାଶ ଅର୍ଥନୀତିରେ ପ୍ରମୁଖ ଭୂମିକାରେ ଛିଡ଼ା କରାଇବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe