ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ରାଜ୍ୟ ବିଧାନସଭାକୁ ତାଙ୍କର ପାରମ୍ପରିକ ଅଭିଭାଷଣ ପ୍ରଦାନ ପରେ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ପ୍ରସ୍ତାବ ଆଗତ ହୋଇଥିଲା।
ସରକାରୀର ଦଳ ମୁଖ୍ୟସଚେତକ ପ୍ରମିଲା ମଲ୍ଳିକ ଧନ୍ୟବାଦ ପ୍ରସ୍ତାବ ଆଗତ କରିଥିବା ବେଳେ ଉପ ମୁଖ୍ୟ ସଚେତକ ପ୍ରଣବ ବଳବନ୍ତରାୟ ଏହାକୁ ସମର୍ଥନ କରିଥିଲେ। ଏହାପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଆସନ୍ତାକାଲି ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଥିଲେ। ଆସନ୍ତାକାଲି ଠାରୁ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ଜାରୀ ରହିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/06/Orissa-Assembly-02.jpg)