ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶା ବିଧାନସଭା ପକ୍ଷରୁ ଅଭିନନ୍ଦନ ଜଣାଇବାକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ବରେ ୨୬ ଜଣ ବିଧାୟକ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ୩ ତାରିଖରେ ରାଷ୍ଟ୍ରପତିଙ୍କୁ ଭେଟି ୪ ତାରିଖରେ ଭୁବନେଶ୍ବର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି। ପ୍ରଥମ ପର୍ଯ୍ୟାୟରେ ବିଜେଡି ଓ କଂଗ୍ରେସ ବିଧାୟକମାନେ ଦିଲ୍ଲୀ ଯାଇଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ ଅର୍ଥାତ ସନ୍ଧ୍ୟାରେ ବିଜେପି ବିଧାୟକ ଦିଲ୍ଲୀ ଗସ୍ତରେ ଯିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ବିଧାନସଭା ତରଫରୁ ଜଗନ୍ନାଥଙ୍କ ମହାପ୍ରସାଦ, ଜଗନ୍ନାଥଙ୍କ ଫଟୋ ଚିତ୍ର ଓ ଓଡ଼ିଆ କଳାକୃତିର ଉପହାର ଦିଆଯିବ।
ବିଧାନସଭା ସଚିବାଳୟ ପକ୍ଷରୁ ବିଧାୟକମାନଙ୍କ ଗସ୍ତ ଖର୍ଚ୍ଚ ବହନ କରାଯାଉଛି। ଉପବାଚସ୍ପତି ରଜନୀକାନ୍ତ ସିଂହ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରମିଳା ମଲ୍ଲିକ ଓ ପ୍ରତାପ ଦେବ, ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ବିଧାୟକ ଦେବୀପ୍ରସାଦ ମିଶ୍ର, ସୁଦାମ ମାର୍ଣ୍ଡି, ଶାରଦା ପ୍ରସାଦ ନାୟକ, ସ୍ନେହାଙ୍ଗିନୀ ଛୁରିଆ, ଚନ୍ଦ୍ରସାରଥୀ ବେହେରା, ପଦ୍ମିନୀ ଦିଆନ, ଜୟନାରାୟଣ ମିଶ୍ର, ତାରାପ୍ରସାଦ ବାହିନୀପତି, ସୁବାସ ଚନ୍ଦ୍ର ପାଣିଗ୍ରାହୀ, ନିତ୍ୟାନନ୍ଦ ଗଣ୍ଡ, ସୁଧୀର କୁମାର ସାମଲ, ମନୋହର ରାନ୍ଧାରୀ, ରାଜେନ୍ଦ୍ର କୁମାର ସାହୁ, ରାଜକିଶୋର ଦାସ, ଅନନ୍ତ ନାରାୟଣ ଜେନା, ରମେଶ ଚନ୍ଦ୍ର ବେହେରା, ନାଉରୀ ନାୟକ ଓ କୁସୁମ ଟେଟେ ପ୍ରମୁଖ ଏହି ଗସ୍ତରେ ସାମିଲ ହୋଇଥିବା ଜଣାଯାଇଛି।
ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ନୂଆଦିଲ୍ଲୀ ଗସ୍ତରେ ଓଡ଼ିଶା ବିଧାୟକ
/sambad/media/post_attachments/wp-content/uploads/2022/06/draupadi-murmu.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)