ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୫କୁ ବୃଦ୍ଧି 

ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୫କୁ ବୃଦ୍ଧି 

ଭୁବନେଶ୍ବର: ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୫ରେ ପହଞ୍ଚିଛି। ଆଇଏଲ୍‌ଏସ୍‌ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ଏହି ସୂଚନା ଦିଆଯାଇଛି। ପୂର୍ବରୁ ରାଜ୍ୟରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୬୧ଥିଲା।

ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି ଚାଲିଛି। କୋଭିଡ-୧୯ର ନୂଆ ଭାରିଆଣ୍ଟ ‘ଓମିକ୍ରନ୍’ ରାଜ୍ୟବାସୀଙ୍କର ଚିନ୍ତା ବଢ଼ାଇଛି। ଏବେ ରାଜ୍ୟରେ ପୁଣି ୧୪ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀଙ୍କୁ ଅଧିକ ସତର୍କତା ଅବଲମ୍ବନ କରିବାର ଅଛି। ରାଜ୍ୟରେ କରୋନା ସଂକ୍ରମଣ ବଢୁଛି। ଗତ ୧୨ଦିନ ଭିତରେ ଉପରମୁହାଁ ହୋଇଛି କରୋନା ସଂକ୍ରମଣ।

ଓଡ଼ିଶାରେ ଓମିକ୍ରନ୍‌ ମାମଲା

ଜାନୁଆରି୮-୧୪

ଜାନୁଆରି ୫- ୨୪
ଜାନୁଆରି ୨ – ୨୩
ଡିସେମ୍ବର ୩୦ – ୫
ଡିସେମ୍ବର ୨୯ – ୧
ଡିସେମ୍ବର ୨୬ – ୪
ଡିସେମ୍ବର ୨୩ – ୨
ଡିସେମ୍ବର ୨୧ – ୨

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe