State Cabinet: ଜିଲ୍ଲା ସଂସ୍କୃତି ଅଧିକାରୀ ସେବା ବର୍ଗର ପୁନର୍ଗଠନ, ପଦୋନ୍ନତି ସୁବିଧା ପ୍ରଦାନ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

Advertisment

ରାଜ୍ୟ କ୍ୟାବିନେଟ୍‌ରେ ଆଜି ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ଲାଗିଛି।

ରାଜ୍ୟ କ୍ୟାବିନେଟ୍‌ରେ ଆଜି ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ଲାଗିଛି।

Untitled-11.jpg

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ରେ ଆଜି ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ଲାଗିଛି। 

କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ସଂସ୍କୃତି ଅଧିକାରୀ ସେବା ବର୍ଗର ପୁନର୍ଗଠନ ସହ ସେମାନଙ୍କୁ ପଦୋନ୍ନତିର ସୁବିଧା ପ୍ରଦାନ ପାଇଁ ବିଜ୍ଞପ୍ତି ସଂ.୧୩୨୩ ତା. ୧୯.୦୨.୨୦୨୪ ରିଖରେ ଓଡିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଅଧୀନରେ ଏକ ନୂତନ ସେବା ବର୍ଗ ଯଥା: ‘ଓଡିଶା ସଂସ୍କୃତି ଉନ୍ନୟନ ସେବା ବର୍ଗ” ଗଠନ କରାଯାଇଥିଲା। ଏହି ନିୟମାବଳୀ  ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ଅର୍ଥ ବିଭାଗ, ଆଇନ ବିଭାଗଙ୍କ ଅନୁମୋଦନ ଲାଭ କରିବା ପରେ ଓଡିଶା ଲୋକ ସେବା ଆୟୋଗଙ୍କ ଦ୍ଵାରା ସ୍ଵୀକୃତ ହୋଇଛି। ଏ ସଂକ୍ରାନ୍ତରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଅନୁମୋଦନ ପ୍ରାପ୍ତ ହୋଇଛି।

ପଢ଼ନ୍ତୁ ଆଜିର ଖବର: Mira Nair's name in Epstein file: ଏପଷ୍ଟାଇନ ଫାଇଲରେ ମୀରା ନାୟରଙ୍କ ନାଁ, ଫିଲ୍ମ ପାର୍ଟିରେ ଅତିଥି ଥିଲେ ନ୍ୟୁୟର୍କ ମେୟରଙ୍କ ମା’

ସାଂପ୍ରତିକ ସମୟରେ ଓଡ଼ିଆ ସାହିତ୍ୟ ଓ ସଂସ୍କୃତିର ବିକାଶ ଏବଂ ଏହି ପରିପ୍ରେକ୍ଷୀରେ ହେଉଥିବା ବିଭିନ୍ନ ବିକାଶ ତଥା ଉନ୍ନୟନ ମୂଳକ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ସହ ଏହାର ସଫଳ ରୂପାୟନ କରିବା ନିମନ୍ତେ ଜିଲ୍ଲା ସଂସ୍କୃତି ଅଧିକାରୀ ସେବା ବର୍ଗର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଓଡିଶା ସଂସ୍କୃତି ସେବା ନିୟମ, ୨୦୦୬ ଅଧୀନରେ ଥିବା ଜିଲ୍ଲା ସଂସ୍କୃତି ଅଧିକାରୀ ସେବା ବର୍ଗର ପୁନର୍ଗଠନ ସହ ସେମାନଙ୍କୁ ପଦୋନ୍ନତିର ସୁବିଧା ପ୍ରଦାନର ଆବଶ୍ୟକତା ରହିଛି। ଉକ୍ତ ପ୍ରସ୍ତାବ ଆଜି ରାଜ୍ୟ ମନ୍ତ୍ରିମଣ୍ଡଳଙ୍କ ଅନୁମୋଦନ ଲାଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe