ଭୁବନେଶ୍ବର: ଦଶମ ଶ୍ରେଣୀ ପରୀକ୍ଷା ବାତିଲ ପରେ ସମାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇଲେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ । ଭୁବନେଶ୍ୱରରର ମାଷ୍ଟରକ୍ୟାଣ୍ଟିନରେ ଏକାଧିକ କଲେଜର ଛାତ୍ରଛାତ୍ରୀ ବିକ୍ଷୋଭ କରିବା ସହ ପରୀକ୍ଷା ବାତିଲ ପାଇଁ ଦାବି କରିଛନ୍ତି । କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଯେମିତି ଦଶମ ଶ୍ରେଣୀ ପରୀକ୍ଷା ବାତିଲ କରାଯାଇଛି ସେମିତି ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ପାଇଁ ଦାବି କରିଛନ୍ତି ଛାତ୍ରଛାତ୍ରୀ ।
ଅନ୍ୟପଟେ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି, ‘ଯୁକ୍ତ ଦୁଇ ପରୀକ୍ଷା ସମ୍ପର୍କରେ ବର୍ତ୍ତମାନ ନିଷ୍ପତ୍ତି ନିଆଯାଇ ନାହିଁ । ଜୁନ୍ ମାସର ପ୍ରଥମ ସପ୍ତାହରେ ସେତେବେଳେ ସ୍ଥିତିକୁ ନଜରରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମରେ ଆଗକୁ କାର୍ଯ୍ୟ କରାଯିବ।’ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନେ ଅତି ବ୍ୟସ୍ତ ନହୋଇ ଅପେକ୍ଷା କରି ଅଧ୍ୟୟନ ଉପରେ ଧାନ ଦେବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ।
Follow Us