ଓଡ଼ିଶା ଛୁଇଁଲା ମୌସୁମୀ: ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ, ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ମୌସୁମୀ । ଏହାର ପ୍ରଭାବରେ ଓଡିିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ରାଜ୍ୟର ୮ଟି ଜିଲ୍ଲାରେ ମୌସୁମୀ ଶହେ ପ୍ରତିଶତ ପ୍ରବେଶ କରିଛି । ସେପଟେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ୧୩ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି । ଆଉ ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସକରାର । ବନ୍ୟା ପରିସ୍ଥିତି, ଭୂସ୍ଖଳନ ଭଳି ଆଶଙ୍କା ଥିବାରୁ ଏହାର ମୁକାବିଲା ପାଇଁ ପ୍ରସ୍ୁତ ରହିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

ଭାରତୀୟ ଉପଗ୍ରହ ଦ୍ୱାରା ନିଆଯାଇଥିବା ଚିତ୍ର ବୟାନ କରୁଛି ବଙ୍ଗୋପସାଗର ଆକାଶରେ ବିରାଟ ଆକାରରେ ମେଘ ଛାଇଯାଇଛି । ବହୁ ସଂଖ୍ୟାରେ ବାଦଲର ଚିତ୍ର କହୁଛି ଆଗକୁ ପ୍ରବଳ ବର୍ଷା ଆସୁଛି । ଏହାର ପ୍ରଭାବରେ ଓଡିିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ବଡକଥା ହେଉଛି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରେ ପ୍ରବେଶ କରିଯାଇଛି ।

ଓଡିଶାର ୮ଟି ଜିଲ୍ଲାରେ ମୌସୁମୀ ଶହେ ପ୍ରତିଶତ ପ୍ରବେଶ କରିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ନୂଆପଡା, ଗଜପତି ଓ ଗଞ୍ଜାମରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି ।

 

ସମ୍ବନ୍ଧିତ ଖବର