ଭୁବନେଶ୍ବର : ଆସନ୍ତା ଦୁଇ ଦିନ ପର୍ଯ୍ୟପ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ହ୍ରାସ ପାଇବ। ସ୍ଥାନେ ସ୍ଥାନେ ପ୍ରବଳ ଥଣ୍ଡା ଅନୁଭୂତ ହେବ। ପରବର୍ତୀ ଦୁଇ ଦିନ ମଧ୍ୟ ସମାନ ସ୍ଥିତି ଲାଗିରହିବ। ତେବେ ୨୮ ଓ ୨୯ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳ ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ବଲାଙ୍ଗୀର ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ ବୋଲି ଆକଳନ କରାଯାଇଛି।
ଆସନ୍ତା ଦୁଇ ଦିନ ପର୍ଯ୍ୟପ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ୩ ଡିଗ୍ରି କମିବ ତାପମାତ୍ରା
/sambad/media/post_attachments/wp-content/uploads/2019/12/cold-3f.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)