ଭୁବନେଶ୍ବର : ରାଜ୍ୟରେ ମଙ୍ଗଳବାରଠାରୁ ପାଗ ବଦଳିବ। ମଂଗଳବାରରୁ ଦୁଇ ଦିନ ଧରି ରାଜ୍ୟର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ଆଶଙ୍କା ରହିଛି। କିଛି ସ୍ଥାନରେ ବି ଘଡ଼ଘଡ଼ି ସହ ବର୍ଷା ହେବା ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ୨୮ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳର କେତେକ ସ୍ଥାନରେ ମଧ୍ୟମଧରଣର ବର୍ଷା ହେବ। ଏହାଛଡ଼ା ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବ। ୨୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩୦ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତନ ଆସିବ। ବର୍ଷା କମିବା ସହ ଥଣ୍ଡା ବଢ଼ିବ। ପ୍ରବଳ କୁହୁଡ଼ି ବି ଲାଗିରହିବ। କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାକୁ ଥିବା ବେଳେ ଏହି ସବୁ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
ରାଜ୍ୟରେ ଦୁଇ ଦିନ ଧରି ହେବ ହାଲୁକା ବର୍ଷା, କିଛି ସ୍ଥାନରେ ବି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା
୩୦ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତନ ଆସିବ
/sambad/media/post_attachments/wp-content/uploads/2020/01/Rain1-2.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)