ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ୫ଟି ଜିଲ୍ଲାରେ ହୋଇପାରେ ଘଡ଼ଘଡ଼ି ସହ ବର୍ଷା

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ୫ଟି ଜିଲ୍ଲାରେ ହୋଇପାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସେପରି କୌଣସି ବଡ଼ ବର୍ଷାର ସମ୍ଭାବନା ନଥିଲେ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସୂଚନାରେ କୁହାଯାଇଛି। ରାଜ୍ୟର ଅନ୍ୟତ୍ର ପାଗ ପ୍ରାୟ ଶୁଖିଲା ରହିବ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗଜପତି, କଟକ, କଳାହାଣ୍ଡି ଓ ଦେଓଗଡ଼ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇଯାଇଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏହି ସୂଚନାରେ ଦର୍ଶାଯାଇଛି। ଗତକାଲି ରାଜ୍ୟର ସର୍ବାଧିକ ତାପମାତ୍ରା ୩୩.୬ ଡିଗ୍ରି ସେଲସିୟସ୍‌ ପୁରୀ ଠାରେ ରେକର୍ଡ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୨୦.୬ ଡିଗ୍ରି ସେଲସିୟସ୍‌ ସୁନ୍ଦରଗଡ଼ ଠାରେ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କୌଣସି ପ୍ରକାର ବଡ଼ ଧରଣର ବର୍ଷା ସମ୍ଭାବନା ନଥିବା ବେଳେ ରାଜ୍ୟରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବନ୍ୟା ଆଶଙ୍କା ମଧ୍ୟ ଟଳି ଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe