SkyMate Weather
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଆଜି ଅପରାହ୍ଣରେ ଜାରି ଏକ ବୁଲେଟିନ୍ରେ କୁହାଯାଇଛି।
ଘୂର୍ଣ୍ଣି ବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ସମ୍ବଲପୁର, ଦେବଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।
SkyMate Weatherଏତଦ୍ ବ୍ୟତୀତ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି। ୩୦ ତାରିଖରେ ଏହା ଘନୀଭୂତ ହେବା ପରେ ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ଠାରୁ ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ତମାମ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।
Follow Us