Met Weather
ଭୁବନେଶ୍ୱର: ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଜାରି ଥିବା ଗ୍ରୀଷ୍ମ ପ୍ରବାହ ଆଜି ବି ଜାରି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି।
Met Weatherସାଟେଲାଇଟ୍ ଚିତ୍ର ଓ ଡପ୍ଲାର ରାଡାରରୁ ମିଳିଥିବା ସୂଚନା ଆଧାରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଗଜପତି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହଠାତ ପାଗରେ ପରିବର୍ତ୍ତନ ଘଟିବା ସହ କାଳବୈଶାଖୀ ଜନିତ ବର୍ଷା ଓ ପବନ ହେବାର ସମ୍ଭାବନା ରହିଥିବା ନେଇ ଆଜି ଅପରାହ୍ଣରେ, ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ରେ କୁହାଯାଇଛି। ଏଥିସହ ଉପରୋକ୍ତ ଏହି ସମସ୍ତ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ମଧ୍ୟ ଜାରି ବୁଲେଟିନ୍ରେ ସତର୍କ କରାଇ ଦିଆଯାଇଛି।
Follow Us