ସକ୍ରିୟ ହେଲା ଲଘୁଚାପ, ଆଜିଠୁ ୫ଦିନ ଯାଏ ବର୍ଷାରେ ଭିଜିବ ଓଡ଼ିଶା

ସକ୍ରିୟ ହେଲା ଲଘୁଚାପ, ଆଜିଠୁ ୫ଦିନ ଯାଏ ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ବର: ସକ୍ରିୟ ହେଲା ଲଘୁଚାପ। ଆଜିଠୁ ୫ଦିନ ଯାଏ ବର୍ଷାରେ ଭିଜିବ ଓଡ଼ିଶା। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ‌କ୍ଷେତ୍ର ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଲଘୁଚାପ ସକ୍ରିୟ ହୋଇଥିବାରୁ ଆଜିଠାରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ ବୋଲି ଜଣାପଡ଼ିଛି।

ଆଜିଠାରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହେବା ସହ ଆଗାମୀ ୫ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ୫ଦିନ ଯାଏ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୁଆପଡ଼ା, ନୟାଗଡ଼ ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଅକ୍ଟେବର ୧ରୁ ୪ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଢ଼େଙ୍କାନାଳ, କଟକ, ବାଲେଶ୍ବର, ବଲାଙ୍ଗୀର, ବରଗଡ଼, ସୋନପୁର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ,  ଅନୁଗୁଳ ଓ ଦେଓଗଡ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ପାଣି ଜମିବା ଓ ମାଟି ଘର ଭାଙ୍ଗିବାର ଆଶଙ୍କା ରହିଛି। ଏଥିପାଇଁ  ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe