ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ରହିଛି।
ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢ଼େଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଖୋର୍ଧା ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଥିସହିତ ଆସନ୍ତା ୧୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ ତାରିଖ ପରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏବେ ସୁଦ୍ଧା ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା ୩୫ଡିଗ୍ରି ସେଲସିୟସ ରହିଥିବା ବେଳେ ଫୁଲବାୁଣୀରେ ସର୍ବନିମ୍ନ ୧୯ଡିଗ୍ରି ତାପମାତ୍ରା ରହିଛି।
Follow Us