Wired
ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ୨୪ରୁ ୨୫ ତାରିଖ ମଧ୍ୟରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ରହିପାରେ ବୋଲି ଶୁକ୍ରବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଦେବଗଡ଼ ରହିଛି। ଏହି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି।
Gulf Newsସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଆଦି ଜିଲ୍ଲାରେ କାଳବୈଶାଖୀ ହେବା ସହ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୨୭, ୨୮. ୨୯ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଓ ହାଲକା ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ବି ମାରିପାରେ । ତେଣୁ ଅନେକ ଜିଲ୍ଲାକୁ ଏ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୨୯ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ପାଣିପାଗ ବିଭାଗର ରେକର୍ଡ ଅନୁସାରେ ସୋନପୁରରେ ସର୍ବାଧିକ ୪୫ଡିଗ୍ରି ତାପମାତ୍ରା ଥିବା ବେଳେ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୨୨.୯ ଡିଗ୍ରି ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।
Follow Us