ଓଜେଇଇ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ବର : ବି.ଟେକ୍‌ ସମେତ ଏମ୍‌ବିଏ, ଏମ୍‌ସିଏ, ଏମ୍‌.ଟେକ୍‌, ଏମ୍‌‌.ଟେକ୍‌(ପାର୍ଟ ଟାଇମ୍‌), ଏମ୍‌.ଆର୍କିଟେକ୍‌, ଏମ୍‌.ପ୍ଲାନ୍‌, ଏମ୍‌.ଫାର୍ମା, ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ, ଲାଟ୍ରେରାଲ ଏଣ୍ଟ୍ରି ଟେକ୍ନୋଲୋଜି(ଡିପ୍ଲୋମା), ଲାଟେରାଲ ଏଣ୍ଟ୍ରି ‌ଟେକ୍ନୋଲୋଜି(ବି.ଏସ୍‌ସି), ଲାଟେରାଲ ଏଣ୍ଟ୍ରି-ଫାର୍ମା ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ ହେବାକୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଆବେଦନ ସମୟ ସୀମାକୁ ବୃଦ୍ଧି କରାଯାଇଛି। କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ଓଜେଇଇ କର୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଆଶାୟୀ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ଅନ୍‌ଲାଇନ୍‌ ଫି’ ଦାଖଲର ଶେଷ ତାରିଖ ଜୁଲାଇ ୩୧ ରଖାଯାଇଛି। ପରୀକ୍ଷା ସମ୍ପର୍କିତ ଚୂଡ଼ାନ୍ତ ତାରିଖ ଓ ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ ସମ୍ପର୍କିତ ତଥ୍ୟ ଜୁଲାଇ ୩୧ ପରେ ସ୍ଥିତିକୁ ଦେଖି ଘୋଷଣା କରାଯିବ ବୋଲି ଓଜେଇଇ ଅଧ୍ୟକ୍ଷ ସୁଦୀପ୍‌ କୁମାର ଚାନ୍ଦ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର