ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ, ୪୯,୨୭୯ ପରୀକ୍ଷାର୍ଥୀଙ୍କୁ ମିଳିଲା ରାଙ୍କ 

ଭୁବନେଶ୍ୱର: ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ର ରେଜଲ୍ଟ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୪୯ ହଜାର ୨୭୯ ଜଣ ଛାତ୍ରଛାତ୍ରୀଙ୍କୁ ରାଙ୍କ ମିଳିଛି। ପିଲାମାନେ ୱେବସାଇଟ୍‌ www.ojee.nic.in www.odishajee.comରୁ ନିଜର ରାଙ୍କ ଜାଣିପାରିବେ।

ବି. ଫାର୍ମରେ ଲକ୍ଷ୍ମୀପ୍ରିୟା ସେନାପତି, ଏଲ୍‌ଇ.ଟେକ୍‌ (ଡିପ୍ଲୋମା)ରେ ପିଙ୍କିରାଣୀ ସାହୁ, ଏଲ୍‌ଇ.ଟେକ୍‌ (ବିଏସ୍‌ସି)ରେ ଦୀପକ ସା, ଏଲ୍‌ଇ.ଫାର୍ମାରେ ଗୁଣାକର ସାହୁ, ବି.ଟେକ୍‌ (ସ୍ପେଶାଲ)ରେ ପିୟୁଷ ଚନ୍ଦୁକା, ଏମ୍‌ବିଏରେ ଆଶୁତୋଷ ରଥ, ଏମ୍‌ସିଏରେ ନିଶିକାନ୍ତ ପରିଡ଼ା, ଇଣ୍ଟିଗ୍ରେଟେଡ ଏମ୍‌ବିଏରେ ରୁଦ୍ର ପ୍ରସାଦ ରଥ, ଏମ୍‌.ଫାର୍ମାରେ କେ ସଂଜନ ସୁବୁଦ୍ଧୁ, ଏମ୍‌ ଆର୍କିଟେକ୍‌ରେ ପ୍ରଣବ ଚନ୍ଦ୍ର ବିନ୍ଧାଣୀ, ଏମ୍‌ ପ୍ଲାନରେ ବିଶ୍ୱଜିତ ସ୍ୱାଇଁ ଟପ୍ପର ହୋଇଛନ୍ତି।

ଏମ୍‌.ଟେକ୍‌ର ୧୨ଟି ବିଷୟରେ ମଧ୍ୟ ଟପ୍ପର ତାଲିକା ପ୍ରକାଶ ପାଇଛି। ସିଭିଲରେ ସୌମ୍ୟା ସାହୁ, ଇଲେକ୍ଟ୍ରିକାଲରେ ସତ୍ୟବ୍ରତ ସାହୁ, ମେକାନିକାଲରେ ମଳୟ କୁମାର ଓଝା, କମ୍ପ୍ୟୁଟର ସାଇନ୍ସରେ ସୌମ୍ୟ ସଂକେତ ପାତ୍ର, ଇଲେକଟ୍ରୋନିକ ଆଣ୍ଡ କମ୍ୟୁନିକେଶନରେ ଦୀପକ କୁମାର ପୃଷ୍ଟି, କ୍ୟାମିକାଲ ଇଞ୍ଜିନିୟରିଂରେ ସମ୍ବିତ ନାୟକ, ମେଟାଲୁରଜିକାଲରେ ସମ୍ବିତ କୁମାର ସାହୁ, ଏନଭରମେଣ୍ଟାଲରେ ଅମିତ କର, ବାଓଟେକ୍ନୋଲୋଜୀରେ ସୁସ୍ମିତା ପତି, ପ୍ଲାଷ୍ଟିକରେ ସାଈସ୍ୱପ୍ନ ରାଉତରାୟ ଓ ଟେକ୍ସଟାଇଲରେ ଅଜିତ କୁମାର ସାହୁ ଟପ୍ପର ହୋଇଛନ୍ତି।

ସୂଚନାଯୋଗ୍ୟ, କମ୍ପ୍ୟୁଟର୍‌ ବେସ୍‌ ଟେଷ୍ଟ (ସିବିଟି) ମାଧ୍ୟମରେ ଚଳିତ ମାସ ୬ରୁ ୧୮ ତାରିଖ ମଧ୍ୟରେ ଜେଇଇଇ ପରୀକ୍ଷା ହୋଇଥିଲା। ମୋଟ ୧୨ଟି ବିଷୟରେ ୬୫ ହଜାର ୭୬୩ ଜଣ ପିଲା ନିଜର ନାମ ପଂଜୀକରଣ କରିଥିବା ବେଳେ ସେଥିରୁ ୪୯ ହଜାର ୩୬୦ ଜଣ ପ୍ରାର୍ଥୀ ପରୀକ୍ଷା ଦେଇଥିଲେ। ରାଜ୍ୟର ୩୦ଟି ସହରରେ ୫୭ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା। ଏତଦ୍‌ ବ୍ୟତୀତ ପଶ୍ଚିମବଙ୍ଗର କୋଲକାତା, ଝାଡ଼ଖଣ୍ଡର ରାଂଚୀ ଓ ବିହାରର ପାଟଣାରେ ମଧ୍ୟ ପରୀକ୍ଷା ସେଣ୍ଟର ଗୁଡ଼ିକ ପରିଚାଳିତ ହୋଇଥିଲା।

ସମ୍ବନ୍ଧିତ ଖବର