ତେଲକୋଇ: ଆଜି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସଲେଇକେନା ପଞ୍ଚାୟତ ଅନ୍ତର୍ଗତ ରୁଗୁଡି ଗ୍ରାମର ଗୋତିକା ପଢିହାର(୬୦)। ଗୋତିକା ପୂର୍ବାହ୍ନରେ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ତେବେ ଅସାବଧାନତା ବଶତଃ ଗୋଡ଼ ଖସି ଯିବାରୁ ବୁଡ଼ି ଯାଇଥିଲେ। ଖବର ପାଇ ତେଲକୋଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଥିଲେ।
ସେତେବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏନେଇ ତେଲକୋଇ ଥାନାରେ କେଶ ନଂ ୨୧/୨୦୨୨ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଶବ ବ୍ୟବଚ୍ଛେଦ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/dead-final.jpg)