୫୫ ନମ୍ବର ଜାତୀୟ ରାଜପଥରେ ପୁଣି ଗଡ଼ିଲା ମୁଣ୍ଡ, ଅଜଣା ଗାଡି ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

Advertisment
୫୫ ନମ୍ବର ଜାତୀୟ ରାଜପଥରେ ପୁଣି ଗଡ଼ିଲା ମୁଣ୍ଡ, ଅଜଣା ଗାଡି ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

ଅନୁଗୁଳ: ଅନୁଗୁଳ ସଦର ଥାନା କରଡ଼ାଗାଡ଼ିଆ ନିକଟରେ ଆଜି ସଡ଼କ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କ ଜୀବନ ଯାଇଛି। ଅଜଣା ଗାଡି ଧକ୍କାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।
ସୂଚନା ମୁତାବକ, କରଡ଼ାଗାଡ଼ିଆ ଗାଁର କାଶୀନାଥ ତୁଙ୍ଗ (୭୨)ଆଜି ସକାଳ ୬ଟା ବେଳକୁ ୫୫ ନମ୍ବର ଜାତୀୟ ରାଜପଥ ନିକଟରେ ଥିବା ତାଙ୍କର ଟାୟାର ଦୋକାନକୁ ଏକ ସାଇକେଲ ଯୋଗେ ଯାଉଥିଲେ। ତେବେ ଏହି ସମୟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ଘଟଣାସ୍ଥଳରେ କାଶୀନାଥଙ୍କ ପ୍ରାଣବାୟୁ ଉଡି ଯାଇଥିଲା। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା। ବାରମ୍ବାର ଏହି ରାଜପଥରେ ଲୋକଙ୍କ ଜୀବନ ଯାଉଥିବାରୁ ଲୋକମାନେ ଉତ୍ୟକ୍ତ ହୋଇପଡ଼ିଥିଲେ। ସେମାନେ ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ମଟର ଅଟକି ରହିଥିଲା। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା। ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଘଟଣାର ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe