ବନ୍ତଳା: ଅନୁଗୁଳ ବ୍ଲକ ବନ୍ତଳା ବନାଞ୍ଚଳରେ ପୁଣି ହାତୀ ଆକ୍ରମଣରେ ଆଜି ସକାଳୁ ଜଣେ ବୃଦ୍ଧଙ୍କ ଜୀବନ ଯାଇଛି। ବୃଦ୍ଧ ଜଣଙ୍କ ଶୌଚ ହେବାକୁ ନିକଟସ୍ଥ ପଡ଼ିଆକୁ ଯାଇଥିଲା ବେଳେ ହାତୀ ଆକ୍ରମଣରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି।

Advertisment

publive-image

ପ୍ରାପ୍ତ ସୂଚନା ଅନୁଯାୟୀ ଅନୁଗୁଳ ବ୍ଲକ ବନ୍ତଳା ବନାଞ୍ଚଳ ବସଲା ପଞ୍ଚାୟତର ସୁନାଭୁଇଁ ସାହିର ଦିବାକର ସାହୁ(୬୨)ଆଜି ସକାଳୁ ଘର ନିକଟରେ ଥିବା ପଡ଼ିଆକୁ ଶୌଚ ହେବାକୁ ଯାଇଥିଲେ। ଶୌଚ ହୋଇସାରି ଫେରୁଥିବା ବେଳେ ସେ ହାତୀପଲଙ୍କ ହାବୁଡ଼ରେ ପଡି ଯାଇଥିଲେ। ଫଳରେ ହାତୀ ଆକ୍ରମଣରେ ଯୋଗୁଁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ବନ୍ତଳା ବନାଞ୍ଚଳର ବନ କର୍ମଚାରୀ ଓ ପୁଲିସ ସେଠାରେ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡିଛି।