ଆମ୍ବ ଗୋଟାଇବା ହେଲା କାଳ: ହାତୀ ଆକ୍ରମଣରେ ବୃଦ୍ଧ ମୃତ

Advertisment

ଅନୁଗୁଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ପୁଣି ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଛି। ଗାଁ ପାଖରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବା ପାଇଁ ଯାଇଥିବା ବେଳେ ଜଣେ ବୃଦ୍ଧଙ୍କୁ ହାତୀ ଦଳି ଦେଇଛି...

ଅନୁଗୁଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ପୁଣି ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଛି। ଗାଁ ପାଖରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବା ପାଇଁ ଯାଇଥିବା ବେଳେ ଜଣେ ବୃଦ୍ଧଙ୍କୁ ହାତୀ ଦଳି ଦେଇଛି...

Old man killed in elephant attack

Old man killed in elephant attack Photograph: (sambad.in)

ବନ୍ତଳା : ଅନୁଗୁଳ ବନଖଣ୍ଡ ବନ୍ତଳା ବନାଞ୍ଚଳରେ ପୁଣି ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଛି। ଗାଁ ପାଖରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବା ପାଇଁ ଯାଇଥିବା ବେଳେ ଜଣେ ବୃଦ୍ଧଙ୍କୁ ହାତୀ ଦଳି ଦେଇଛି।

ସୂଚନା ମୁତାବକ, ବନ୍ତଳା ବନାଞ୍ଚଳ କଞ୍ଜା ଗାଁର ସୋମନାଥ ବେହେରା (୬୦) ଗୁରୁବାର ସକାଳୁ ଗାଁ ପାଖ ଆମ୍ବ ‌‌ତୋଟାକୁ ଆମ୍ବ ଗୋଟାଇବା ପାଇଁ ଯାଇଥିଲେ। ତେବେ ପୂର୍ବରୁ ସେଠାରେ ଥିବା ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା।

ଅଧିକ ପଢ଼ନ୍ତୁ: ୧୫ ବର୍ଷ ପରେ ଭାରତର ଦୁଇ ଶତ୍ରୁ ଆମନା-ଜସିମ ଢାକାର ଅତିଥି ଭବନରେ

ହାତୀ ଆକ୍ରମଣରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିଲା। ତେବେ ବନ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ବନ୍ତଳା ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିବା ଜଣାପଡିଛି।

ଅଧିକ ପଢ଼ନ୍ତୁ: ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ: ତିଳତର୍ପଣ କଲେ ଦଳୀୟକର୍ମୀ

angul

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe