ସୋନପୁର: ଗଭୀର ବୋରୱେଲରେ ଖସି ପଡ଼ିଲେ ୮୦ ବର୍ଷୀୟ ବୃଦ୍ଧା। ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ କଇଁଫୁଲ ଗାଁ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗତକାଲି ରାତିରୁ ବୃଦ୍ଧ ମହିଳା ୨୦ ଫୁଟ ତଳେ ଥିବା ସୂଚନା ମିଳିଛି। ବୋରୱେଲରେ ଖସିପଡିଥିବା ବୃଦ୍ଧା ଜଣକ ହେଲେ ଦୁଖୀ ନେଗୀ । ସୋନପୁର ଓ ତରଭା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ବୃଦ୍ଧାଙ୍କ ପାଖରେ ଅକ୍ସଜେନ୍ ପଠାଯାଇଛି। ଏଣେ ଆଉ ଏକ ଗାତ ଖୋଳା ଚାଲିଛି। ତେଣେ ଏନଡିଆରଏଫ୍ ଟିମ୍ ବି ଘଟଣାସ୍ଥଳକୁ ଯାଉଛନ୍ତି। ବୃଦ୍ଧାଙ୍କୁ ଉଦ୍ଧାର ଲାଗି ଆଉ ଘଣ୍ଟାଏ ସମୟ ଲାଗି ବୋଲି କୁହାଯାଉଛି।
ମିଳିଥିବା ସୂଚନା ମୁତାବକ, ଗତକାଲି ବୃଦ୍ଧା ଦୁଖୀ ନେଗୀ କୌଣସି କାର୍ଯ୍ୟରେ ଆସିଥିବା ବେଳେ ବୋରୱେଲ ଭିତରେ ଖସିପଡ଼ିଥିଲ । ପରିବାର ଲୋକ ବହୁତ ଖୋଜାଖୋଜି କରିବା ପରେ ମଧ୍ୟ କୌଣସି ସୂଚନା ମିଳିନଥିଲା। ତେବେ ଆଜି ବୃଦ୍ଧା ବୋରୱେଲ ଭିତରକୁ ଖସିପଡ଼ିଥିବା ନେଇ ଜାଣିବାକୁ ପାଇଥିଲେ ପରିବାରଲୋକ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/11/9287c0fe-22e6-4ce1-b003-52532771827c.jpeg)