ପାଟଣା: ପାଟଣା ଥାନା ରଥପଡ଼ା ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଦୁଃଶାସନ ମହାନ୍ତ (୬୨)। ଦୁଃଶାସନ ଆଜି ପୂର୍ବାହ୍ନରେ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ି ଯାଇଥିଲେ।
ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ମୃତଦେହ ଉଦ୍ଧାର କରି ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/dead.jpg)