ଭୁବନେଶ୍ବର:ରାଜ୍ୟରେ ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କ ସହ ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ ପହଞ୍ଚିଛି। ଏନେଇ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଏବଂ ଆଉ ଦୁଇ ଜଣ ୟୁଏଇରୁ ଫେରିଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ନେଗେଟିଭ ଅଛନ୍ତି। ଏହା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର।
ସେ ଆହୁରି କହିଛନ୍ତି, ସମସ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ସରିଛି। ସେଥିମଧ୍ୟରୁ ନାଇଜେରିଆ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କ ଆରଟିପିସିଆର୍ ରିପୋର୍ଟ ନେଗେଟିଭ ଆସିଛି। ବାକି ଦୁଇ ୟୁଏଇ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କର ଆରଟିପିସିଆର୍ ରିପୋର୍ଟ ଆସିନାହିଁ।