ଭିଜିଲାନ୍ସ ଜାଲରେ ବାଲେଶ୍ୱର ପୂର୍ତ୍ତ ଡିଭିଜନ-୨ର ସହକାରୀ ଯନ୍ତ୍ରୀ: ୭ଟି ସ୍ଥାନରେ ଏକକାଳୀନ ଚଢ଼ଉ

Advertisment
ଭିଜିଲାନ୍ସ ଜାଲରେ ବାଲେଶ୍ୱର ପୂର୍ତ୍ତ ଡିଭିଜନ-୨ର ସହକାରୀ ଯନ୍ତ୍ରୀ: ୭ଟି ସ୍ଥାନରେ ଏକକାଳୀନ ଚଢ଼ଉ

ବାଲେଶ୍ୱର: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଏକକାଳୀନ ପୂର୍ତ୍ତ ଡିଭିଜନ-୨ର ସହକାରୀ ଯନ୍ତ୍ରୀ ଅଜୟ କୁମାର ସେନାପତିଙ୍କ ସରକାରୀ କ୍ବାର୍ଟର ସମେତ ୭ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଚାଲିଛି। ଏନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ବର ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ୍ ବଳରେ ୪ ଜଣ ଡିଏସପି, ୧୦ ଇନ୍ସପେକ୍ଟର, ୨ ସବ୍-ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ ଚାଲିଛ।

publive-image
ପୁରୀ, ଏକକାଳୀନ ଏବଂ ଖୋର୍ଦ୍ଧା ଜିଲ୍ଲାର ନିମ୍ନଲିଖିତ ସ୍ଥାନରେ ଏହି ଚଢ଼ଉ ଚାଲିଛି। ପୁରୀର ହରିଚଣ୍ଡୀ ସାହିର, ଦାମୋଦର ରୋ, ମଦନମୋହନ ଲେନରେ ଅବସ୍ଥିତ ଅଜୟ କୁମାର ସେନାପତିଙ୍କ ଆବାସିକ ଘର, ଅନନ୍ ପାମ୍ ବିଚର ଦ୍ବିତୀୟ ମହଲାରେ ଥିବା ୨୦୬୩ ନମ୍ବର ଫ୍ଲାଟ୍, ବାଲେଶ୍ୱରର ସରକାରୀ କ୍ବାର୍ଟର, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ଆର ଆଣ୍ଡ ବି) ଡିଭିଜନ୍-୨, ବାଲେଶ୍ୱରରେ ଥିବା ଶ୍ରୀ ସେନାପତିଙ୍କ ଅଫିସ୍ ରୁମ୍, ଖୋର୍ଦ୍ଧାର ବାଲୁଗାଁରେ ଦୁଇ ମହଲା କୋଠା, ବାଣପୁରର ଭାଗବତ ସାହିରେ ଥିବା ପୈତୃକ ଘର ଟଟାଙ୍ଗୀରେ ଥିବା ଶ୍ରୀ ସେନାପତିଙ୍କ ସମ୍ପର୍କୀୟଙ୍କ ଘରେ ଚଢ଼ଉ ଜାରି ରହିଛି।

publive-image

ସଦ୍ୟତମ ସୂଚନା ଅନୁଯାୟୀ, ଚଢ଼ଉ ବେଳେ ସହକାରୀ ଯନ୍ତ୍ରୀ ଅଜୟ କୁମାର ସେନାପତିଙ୍କ ଘରୁ ନଗଦ ଲକ୍ଷେ ୨୫ ହଜାର ଟଙ୍କା, ଗୋଟିଏ ଚାରି ଚକିଆ ଗାଡ଼ି ସହ ସୁନା ଅଳଙ୍କାର ଜବତ କରିଛି ଭିଜିଲାନ୍ସ। ଏନେଇ ଅଧିକ ତଥ୍ୟ ପାଇଁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe