ଭୁବନେଶ୍ୱର:  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢଉ ହେଉଛି। ପୂର୍ବରୁ ରାଜ୍ୟ ସରକାର ତାଙ୍କୁ ନିଲମ୍ବିତ କରିଛନ୍ତି।

Advertisment

publive-image

ସକାଳୁ ସକାଳୁ ଓଡ଼ିଶା ଭିଜିଲାନ୍‌ସ ଟିମ୍‌ ୫ଟି ସ୍ଥାନରେ ଚଢଉ କରିଛନ୍ତି। ଭୁବନେଶ୍ୱର ଏବଂ ପୁରୀ ଜିଲ୍ଲାରେ ଏହି ଚଢଉ ଚାଲିଛି। ଭୁବନେଶ୍ୱରର ଭୀମଟାଙ୍ଗୀ, ହାଉସିଂ ବୋର୍ଡ କଲୋନିରେ ଥିବା ଘର, ରାଜାରାଣୀ କଲୋନିରେ ଥିବା ପ୍ଲଟ ନଂ ୩୮୪ ଓ ୩୮୫, ପୁରୀ ଜିଲ୍ଲା ନିମାପଡ଼ାର ସୁନୁଗରଡ଼ି ଗାଁରେ ଥିବା ପୈତୃକ ଘର ଓ ଫାର୍ମହାଉସରେ ଭିଜିଲାନ୍ସ ପକ୍ଷରୁ ଚଢଉ ଜାରି ରହିଛି। ଓଡ଼ିଶା ଭିଜିଲାନ୍ସର ୨ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କୁ ନେଇ ଚଢଉ କରାଯାଉଛି। ଭୁବନେଶ୍ୱର ସ୍ୱତନ୍ତ୍ର ଜଜ୍, ଭିଜିଲାନ୍ସଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ ଅନୁସନ୍ଧାନ ଚାଲିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।