ଭୁବନେଶ୍ୱର ବ୍ଲକର କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢ଼ଉ

Advertisment
ଭୁବନେଶ୍ୱର ବ୍ଲକର କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭୁବନେଶ୍ୱର: ଭୁବନେଶ୍ୱର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଶୁଭେନ୍ଦୁ କୁମାର ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢ଼ଉ ଚାଲିଛି।
ମିଳିଥିବା ସୂଚନା ଅନୁଯାୟୀ, ଶୁଭେନ୍ଦୁ କୁମାର ପ୍ରଧାନଙ୍କ ହାଉସିଂ ବୋର୍ଡ଼ କଲୋନୀରେ ଥିବା ଘର, ପୁରୀର ଶ୍ରୀଚନ୍ଦନପୁର ଠାରେ ଥିବା ନିଜ ପୈତୃକ ଘର ଓ ଭୁବନେଶ୍ୱର ବ୍ଲକରେ ଥିବା ଅଫିସ ଚାମ୍ବରରେ ଭିଜିଲାନ୍ସ ଚଢ଼ଉ କରିଛି। ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ଉ କରାଯାଉଥିବା ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe