ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କେବିକେ ଭବାନୀପାଟଣାର କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ। ଆୟବହିର୍ଭୂି ସଂପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଜାରି ରହିଛି। ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି ଆଦେଶ ବଳରେ ୪ଜଣ ଡିଏସପି, ୧୦ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ କରାଯାଉଛି।
/sambad/media/post_attachments/wp-content/uploads/2023/03/ffbc990a-297e-4931-a940-881e26d0d700-1024x768.jpg)
ଅନୁଗୁଳ, ଖୋର୍ଦ୍ଧା, ଏବଂ କଳାହାଣ୍ଡି ଜିଲ୍ଲାର ନିମ୍ନଲିଖିତ ୮ଟି ସ୍ଥାନରେ ଚଢ଼ଉ ଚାଲିଛି। ଏଗୁଡ଼ିକ ହେଲା, ଭୁବନେଶ୍ୱରର ରସୁଲଗଡ (ଏସପ୍ଲାନେଡ ପଛରେ) ଥିବା ବୈଷ୍ଣୋ ମୋନାର୍କ ଆପାର୍ଟମେଣ୍ଟର ଫ୍ଲାଟ ନମ୍ବର ୩୦୧, ଖାରବେଳନଗରର ବୈଷ୍ଣୋ ରିଜେନ୍ସିର ଫ୍ଲାଟ ନମ୍ବର ୧, ସହିଦନଗରରେ ଥିବା ଇମ୍ପେରିଆ ଆପାର୍ଟମେଣ୍ଟର ପ୍ରଥମ ମହଲାର ଫ୍ଲାଟ ନମ୍ବର ୧୦୧, ଅନୁଗୁଳ ଜିଲ୍ଲା ତୁରଙ୍ଗାରେ ଥିବା ଏକ ଦୁଇମହଲା ଘର, ଖିଲାରରେ ଏକ ପ୍ଲଟ୍ ଓ ପୈତୃକ ଗ୍ରାମ ବନ୍ତଳରେ ଥିବା ଘର, ଭବାନୀପାଟଣାରେ ଥିବା ସରକାରୀ କ୍ବାର୍ଟର ଓ କାର୍ଯ୍ୟାଳୟ। ଏନେଇଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/03/83db815f-3502-4aba-ab34-11737e3e542c.jpg)