ଖୋର୍ଦ୍ଧାରୁ ଜଣେ କରୋନା ପଜିଟିଭ ଚିହ୍ନଟ ,୧୧୯ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ନୂଆ କରୋନା ପଜିଟିଭ୍ ଚିହ୍ନଟ । ରାଜ୍ୟର ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାର ବୋଲି ସୂଚନା ଦିଆଯାଇଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ ୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୦ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି ।

ତେବେ ଆଜି ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି ପାଇଛି । ସେହିଭଳି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାର ବୋଲି ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ମାତ୍ର ଆକ୍ରାନ୍ତ ଜଣକ ଖୋର୍ଦ୍ଧା ର କେଉଁ ଅଂଚଳର ଏବଂ ତାଙ୍କର ଟ୍ରାଭେଲ ହିଷ୍ଟ୍ରି କଣ ରହିଛି , ସେ କାହା ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି ସେନେଇ କୌଣସି ବି ତଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ । କେବଳ ନୂଆ ଆକ୍ରାନ୍ତ ଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟ୍ ମାନଚିତ୍ରରେ ଦର୍ଶାଯାଇଛି ।

ସମ୍ବନ୍ଧିତ ଖବର