ଭୁବନେଶ୍ବର: ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ କେହି ପଜିଟିଭ ଚିହ୍ନଟ ହୋଇନାହାନ୍ତି। ଏଥିମଧ୍ୟରୁ କେହି ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୧ଟି ଜିଲ୍ଲାରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୯ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସମ୍ବଲପୁର ଜିଲ୍ଲାରୁ ମାତ୍ର ଜଣେ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
Follow Us