ବୋମା ଭିଡ଼ୁଥିବା ବେଳେ ବିସ୍ଫୋରଣ; ଜଣେ ମୃତ, ଦୁଇ ଗୁରୁତର

Advertisment
ବୋମା ଭିଡ଼ୁଥିବା ବେଳେ ବିସ୍ଫୋରଣ; ଜଣେ ମୃତ, ଦୁଇ ଗୁରୁତର

ଭଞ୍ଜନଗର: ବୋମା ଭିଡ଼ୁଥିବ ବେଳେ ବିସ୍ଫୋରଣ ଘଟି ଜଣଙ୍କ ମୃତ୍ୟୁ ହେବା ସହ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ଅନ୍ତର୍ଗତ ଭୀମପୁର ଗ୍ରାମରେ।
ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଏକ ପ୍ରଚଣ୍ଡ ଶବ୍ଦ ହୋଇଥିଲା। ବୋମା ବିସ୍ଫୋରଣ ଘଟି ଦୁଇ ଜଣ ଗୁରୁତର ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ବୁଲୁ ମଳିକ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରକାଶ ନାୟକ ଓ ନନ୍ଦିଆ ନାୟକ ଗୁରୁତର ଭାବେ ଆହତ ହୋଇଥିଲେ। ଗୁରୁତରମାନଙ୍କୁ ଶେରଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି।

ଏହି ବିସ୍ଫୋରଣର ଅସଲ କାରଣ ଜଣାପଡିନାହିଁ। ବୋମା ଭିଡୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି । ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱରେ ବଡ଼ଗଡ଼ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ ଓ ସୋରଡ଼ା ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe